ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଠାରେ କୋଭିଡ ନିୟମ ପାଳନ ପୂର୍ବକ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଡ. ଲଳିତେନ୍ଦୁ ନାୟକ, ଶ୍ରୀରାମ ମହା ବିଦ୍ୟାଳୟ ରାମପୁର ଓଡ଼ିଆ ଅଧ୍ୟାପକ ଅଶ୍ୱିନୀ ପର୍ଡିଆ ମୁଖ୍ୟବକ୍ତା ରୂପେ ଯୋଗଦାନ କରି ଗଙ୍ଗାଧର ସାହିତ୍ୟ ସଂପର୍କରେ ଭାବଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାରେ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ, କର୍ମଚାରୀ ଯୋଗଦାନ କରି ସଭାକୁ ସଫଳ କରିଥିଲେ । ଡ. ଦୁଃଖୀଶ୍ୟାମ ସାହୁ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ।

Leave A Reply

Your email address will not be published.