pakka

୨୪୦ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ରାଜପଥ ନିକଟରୁ ୨୪୦ କିଲୋ ଗଞ୍ଜେଇ ଜବତ । ଗଜପତି ଜିଲ୍ଲା ମୋହନା ଅଞ୍ଚଳରୁ ଉତ୍ତର ପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ପୁକୁଡ଼ିବନ୍ଧଠାରେ ମାଡ଼ି ବସିଲା ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ । ଚଢାଉ ବେଳେ ଗଞ୍ଜେଇ ସହ ଟ୍ରକ୍ ଜବତ ହୋଇଛି । ଏହା ସହ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ସୂଚନାନୁଯାୟୀ, ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ ଉତ୍ତରପ୍ରଦେଶର ମହମ୍ମଦ ରିୱାଜ୍ । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି । ତେବେ ଏହି କାରବାରରେ ଆଉ କାହାର ସମ୍ପୃକ୍ତି ଅଛି ସେନେଇ ଖୋଳତାଡ଼ କରୁଛି ପୋଲିସ । ଏନେଇ ଅବକାରୀ ଗୁଇନ୍ଦା ବିଭାଗ ଦକ୍ଷିଣାଞ୍ଚଳ ଡେପୁଟି କମିଶନର ଡମ୍ଵରୁଧର ଖଣ୍ଡା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

ten + 11 =