pakka

୬ କେଜି ଗଞ୍ଜେଇ ଜବତ : ଜଣେ ଗିରଫ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ଡୁମେରପଦର ଗ୍ରାମରେ ମଙ୍ଗଳବାର ଅବକାରୀ ବିଭାଗ ଚଢାଉ କରି ୬ କେଜି ଗଞ୍ଜେଇ ଜବତ କରିବା ସହ ଜଣକୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଅଭିଯୁକ୍ତ ଜଣକ ଉକ୍ତ ଗ୍ରାମର କଂସ ଗଉଡ(୪୦) ବୋଲି ଜଣାପଡିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କା ହେବ ବୋଲି ସୂଚନା ରହିଛି । ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି ବୋଲି ପାଟଣାଗଡ ଅବକାରୀ ଅଧିକାରୀ ବି. ଏନ୍‌ ପରିଡା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

3 + eleven =