csstore

୧୦ କ୍ୱିଣ୍ଟାଲ ଗଞ୍ଜେଇ ଜବତ ସହ ଜଣଙ୍କୁ ଗିରଫ

ବ୍ରହ୍ମପୁର, (ସତ୍ୟ ନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଅବକାରୀ ବିଭାଗ ତରଫରୁ ଆଜି ସକାଳୁ ଲାଞ୍ଜିପଲ୍ଲୀ ନିକଟସ୍ଥ ଏକ ପରିତ୍ୟକ୍ତ ଘରେ ଚଢ଼ାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ କରାଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଗଜପତି ଅଞ୍ଚଳରୁ ବାହାର ରାଜ୍ୟକୁ ଚାଲାଣ କରିବା ଉଦ୍ଦେଶ୍ୟରେ ଏହି ଗଞ୍ଜେଇ ଗୁଡ଼ିକୁ ଗଚ୍ଛିତ କରି ରଖାଯାଇଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଉକ୍ତ ସ୍ଥାନରେ ଚଢ଼ାଉ କରି ପ୍ରାୟ ୧୦ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ୧୦ କ୍ୱିଣ୍ଟାଲ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧କୋଟି ହେବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ଏକ ସପ୍ତାହ ମଧ୍ୟରେ ୧କୋଟି ୭୦ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଅବକାରୀ ବିଭାଗ ତରଫରୁ ଜବତ କରାଯାଇଥିବା ଜଣାପଡ଼ିଛି ।

jayashree
Leave A Reply

Your email address will not be published.