ସୋଆ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ ପକ୍ଷରୁ ବୁଧବାର ବିଶ୍ୱ ଗଣ୍ଠିବାତ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ ସୋଆ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଞ୍ଜନ ନାୟକ ଓଡ଼ିଶାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଏକ ଉଦାହରଣ ସୃଷ୍ଟି କରିପାରିଛନ୍ତି ବୋଲି ସେ ମତବ୍ୟକ୍ତ କରିଛନ୍ତି । ସେହିଭଳି ଡାକ୍ତରମାନେ ଅବସର ନିଅନ୍ତି ନାହିଁ ମାତ୍ର ଜୀବନବ୍ୟାପୀ ରୋଗୀ ସେବାରେ ନିୟୋଜିତ ରହିଥାନ୍ତି ବୋଲି ସେ କହିଥିଲେ । ସେହିପରି ସୋଆ କୁଳପତି ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର କହିଥିଲେ, ଗଣ୍ଠିବାତ ସମସ୍ୟା ୩୦ ବର୍ଷ ପରେ ଯେକୌଣସି ବ୍ୟକ୍ତିଙ୍କୁ ମଧ୍ୟ ଆକ୍ରାନ୍ତ କରିପାରେ । ତେଣୁ ଯୁବପିଢ଼ି ନିଜ ଜୀବନଶୈଳୀ ଓ ଖାଦ୍ୟ ଗ୍ରହଣ ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବା ଉଚିତ ବୋଲି ସେ ମତବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.

16 − 14 =