ଦୁଇ ଦିନିଆ କେନ୍ଦ୍ରାପଡା ଗସ୍ତରେ ଭି କେ ପାଣ୍ଡିଆନ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭିକେ ପାଣ୍ଡିଆନ୍ ଦୁଇ ଦିନିଆ କେନ୍ଦ୍ରାପଡା ଗସ୍ତ କରିଥିବା ଅବସରରେ ବିସ୍ଥାପିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିଥିଲେ । ପରେ ମୁଖ୍ୟମନ୍ତ୍ରୀଙ୍କୁ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ । ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ୨୨ କୋଟି ୫୦ ଲକ୍ଷ ୭୧ ହଜାର ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି । ଜଳବାୟୁ ପରିବର୍ତ୍ତନ ଦ୍ବାରା ପ୍ରଭାବିତ ଲୋକଙ୍କ ପାଇଁ ଏହା ଦେଶର ପ୍ରଥମ କଲୋନୀ । ଏହି ଅର୍ଥରେ ଅଞ୍ଚଳର ବିଭିନ୍ନ ଭିତ୍ତିଭୂମିର ବିକାଶ ହେବ । ଅଞ୍ଚଳରେ ବନ୍ଧବାଡର ସୁଦୃଢୀକରଣ ସହିତ ହିତାଧିକାରୀ ମାନଙ୍କ ବାସଗୃହ, ଜୀବିକା କାର୍ଯ୍ୟକ୍ରମ, ରାସ୍ତା, ପିଇବା ପାଣି, ବିଜୁଳି ଓ ପଞ୍ଚାୟତ ଗୃହ ଆଦି ବିକାଶ କରାଯିବ । ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇ ଦିଆଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!