ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ମୟୁରଭଞ୍ଜ ଜିଲ୍ଲା ଗସ୍ତ
ଭୁବନେଶ୍ୱର, (କେପିଏନ୍ଏସ୍) : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ବାରିପଦାରେ ଅନୁଷ୍ଠିତ ଜିଲ୍ଲା ପ୍ରଧାନଶିକ୍ଷକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ । ଏହି ବୈଠକରେ ଡବ୍ଲୁସିଡିଓ ଦିଶା ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ରମଙ୍କ ସମେତ ଜିଲ୍ଲାର ବହୁ ବିଶିଷ୍ଟ ଲୋକ ପ୍ରତିନିଧି ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।