lika

ଜିଲ୍ଲାସ୍ତରରୁ ରାଜ୍ୟସ୍ତରକୁ ଉତ୍ସାହ କାର୍ଯ୍ୟକ୍ରମରେ ଯୋଗଦାନ ପାଇଁ ଗସ୍ତ

gbag

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ସ୍ତରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ ତରଫରୁ ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଅନାଥ ଶିଶୁମାନଙ୍କର ଅନ୍ତରରେ ଥିବା ଅନ୍ତର୍ନିହିତ ଗୁଣର ବିକାଶକୁ ପ୍ରସ୍ଫୁଟିତ ବା ପ୍ରକାଶିତ କରିବା ପାଇଁ ତଥା ସମସ୍ତଙ୍କୁ ଉତ୍ସାହିତ କରିବା ପାଇଁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ ତରଫରୁ ଉତ୍ସାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସାହ ପ୍ରତିଯୋଗିତାରେ ଯଥା ୧୦୦ମିଟର, ୨୦୦ ମିଟର, ଚେସ, କେରମ, ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସ୍ତରର ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଜିଲ୍ଲା ତରଫରୁ ମନୋହର ବାଗଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଜି ଭୁବନେଶ୍ୱର ଗସ୍ତ କରିଛନ୍ତି । ଏହି ଉତ୍ସାହ କାର୍ଯ୍ୟକ୍ରମ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ, ଶିଶୁ ସୁରକ୍ଷା ଅଧିକାରୀ ଚୂଡ଼ାମଣି ପଣ୍ଡା, ଅଣ ଆନୁଷ୍ଠାନିକ ଅଧିକାରୀ ସୁଧାଂଶୁ ଶେଖର କୁମ୍ଭାର, ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତୀ ସମସ୍ତ ଛାତ୍ରଛାତ୍ରୀଙ୍କୁ ରେଲୱେ ଷ୍ଟେସନରେ ଶୁଭକାମନା ଜଣାଇ ବିଦାୟ ଦେଇଥିଲେ । ଏହି ଅବସରର ଶିଶୁ ଯତ୍ନ ଅନୁଷ୍ଠାନର ରାମନାଥ୍ ସାଏ, ଆଶିଷ ଖମାରୀ ପ୍ରମୁଖ ଉପସ୍ଥିତ ଥିଲେ ।

sandip
Leave A Reply

Your email address will not be published.