pakka

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ

bbehera

ଭୁବନେଶ୍ୱର : ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତେବେ ୬ ଘଣ୍ଟା ଭିତରେ ସେ ୩ଟି ଜିଲ୍ଲାରେ ହେବାକୁ ଥିବା ବଡ଼ ସଭାରେ ଯୋଗଦେବେ ବୋଲି ବିଜେପି ସୂତ୍ରରୁ ସୂଚନା ମିଳିଛି । ରାଜନାଥ ପ୍ରଥମେ ନବରଙ୍ଗପୁର ଆସିବେ । ଦିନ ୧୦ଟା ୫୦ରେ ଛତିଶଗଡ଼ ବସ୍ତର ଜିଲ୍ଲା ଜଗଦଲପୁର ବିମାନବନ୍ଦରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନବରଙ୍ଗପୁରରେ ପହଞ୍ଚିବେ । ପ୍ରଥମେ ପୂର୍ବତନ ସେନା କର୍ମଚାରୀଙ୍କୁ ଭେଟି ଆଲୋଚନା କରିବେ । ପରେ ୧୧ଟାରୁ ୧୨ଟା ଯାଏ ବିଜେପି କୋର୍‌ କମିଟି ବୈଠକ ଏବଂ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ସାମିଲ ହେବେ । ମୁଣ୍ଡ ଉପରେ ନିର୍ବାଚନ ଥିବାରୁ କର୍ମୀଙ୍କ ଭିତରେ ଜୋଶ୍‌ ଭରିବେ । ନବରଙ୍ଗପୁରରୁ ପୁଣି ଜଗଦଲପୁର ବିମାନବନ୍ଦରକୁ ଫେରିବେ । ସେଠାରୁ ହେଲିକପ୍ଟରରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବେ ରାଜନାଥ । ରଙ୍ଗେଇଲୁଣ୍ଡାରୁ ବ୍ରହ୍ମପୁରକୁ ଯାଇ ବିଜେପି ସମ୍ମିଳନୀରେ ଯୋଗ ଦେବେ । ବ୍ରହ୍ମପୁର ସଭା ସାରି ସେ ମୟୂରଭଞ୍ଜର ଅମର୍ଦ୍ଦା ରୋଡ୍‌ ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବେ । ସେଠାରୁ ବାରିପଦା ଷ୍ଟାଡିୟମ ଅଭିମୁଖେ ବାହାରିବେ । ଷ୍ଟାଡିୟମରେ ଏକ ବିଶାଳ ଜନସଭାକୁ ସେ ସମ୍ବୋଧିତ କରିବେ । ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ମଧ୍ୟ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ଅଛି । ଏହାପରେ ସେ ମୟୂରଭଞ୍ଜରୁ ଦିଲ୍ଲୀକୁ ଫେରିଯିବେ ।

jay balangir
Leave A Reply

Your email address will not be published.

ten + 5 =