ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସମ୍ୱଲପୁର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଗସ୍ତରେ ଆସିବେ । ପୂର୍ବରୁ ସମ୍ବଲପୁର ଲୋକସଭା କ୍ଷେତ୍ରର ଦେବଗଡ଼, ଛେଣ୍ଡିପଦା ଓ ଆଠମଲ୍ଲିକ ଗସ୍ତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିବାବେଳେ ଶୁକ୍ରବାର ସମ୍ବଲପୁର ଓ ରେଢ଼ାଖୋଲ ବିଧାନସଭା କ୍ଷେତ୍ରରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର କରିବେ । ନିର୍ବାଚନ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ଯୋଗୁ ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ସାହ ଖେଳିଯାଇଛି । ସମ୍ୱଲପୁର ବର୍ତ୍ତମାନ ରାଜ୍ୟ ରାଜନୀତିର ହଟସ୍ପଟ୍ ପାଲଟିଥିବା ବେଳେ ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ କିଭଳି ଟାର୍ଗେଟ କରିବେ ଏନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବିଜେଡିଜୁ ଆଗକୁ ବଢ଼ିବାରେ ଇନ୍ଧନ ଯୋଗାଇବ ବୋଲି କୁହାଯାଉଛି ।

Leave A Reply

Your email address will not be published.