ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ରାଜ୍ୟ ବେସାମରିକ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ତଥା ସୁବର୍ଣ୍ଣପୁର ଜିଲ୍ଲା ନୋଡାଲ ସଚିବ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ଖରିଫ ଧାନ କ୍ରୟ ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମିନି ସମ୍ମିଳନୀ କକ୍ଷରେ ନୋଡାଲ ସଚିବଙ୍କ ଦ୍ଵାରା ଜିଲ୍ଲାର ଖରିଫ ଧାନ କ୍ରୟ ସମ୍ବନ୍ଧୀୟ ପ୍ରସ୍ତୁତି ସହିତ ସମସ୍ତ ମଣ୍ଡି ଓ ପ୍ରାଥମିକ କୃଷି ସେବା ସମବାୟ ସମିତି ମାନଙ୍କରେ ଆନୁଷଙ୍ଗିକ ସରକାରୀ ସୁବିଧା ସୁନିଶ୍ଚିତ କରିବା ପାଇଁ ସମୀକ୍ଷା କରାଯାଇଥିଲା । ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ, ମୁଖ୍ୟ ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ନିରଦ ରଞ୍ଜନ ଦାସ, ଅତିରିକ୍ତ ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ଜିଲ୍ଲା ସମବାୟ ସମିତି ନିବନ୍ଧକ, ଉପ-ନିବନ୍ଧକ ସମବାୟ ସମିତି, ସମ୍ପାଦକ, ନିୟନ୍ତ୍ରିତ ବଜାର କମିଟି, ଡୁଙ୍ଗୁରିପାଲି ଓ ସୋନପୁରଙ୍କ ସମେତ ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତିରେ କାର୍ଯ୍ୟରତ ଯୋଗାଣ ନିରୀକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ ।