୫ରେ ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ସେ ଯୋଗଦେବେ । ଏହା ସହ ନୀତି ଆୟୋଗ ପରିଚାଳନା ପରିଷଦ ବୈଠକରେ ମଧ୍ୟ ସାମିଲ ହେବେ ବୋଲି ଜଣାପଡିଛି । ହେଲେ ଏନେଇ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିନାହିଁ । ଜୁଲାଇ ୨୬ରେ ମୁଖ୍ୟମନ୍ତ୍ରୀ ୪ ଦିନିଆ ନୂଆଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ଶେଷ କରି ଫେରିଥିଲେ । ତେବେ ପୁଣି ଥରେ ସେ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଆସନ୍ତା ୬ ତାରିଖ ଅପରାହ୍ନ ସାଢେ ୪ଟା ସମୟରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରଠାରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ସ୍ୱାଧୀନତା ଦିବସ ଉପଲକ୍ଷେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଅନୁଷ୍ଠିତ ହେବ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀମାନେ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ୭ ତାରିଖରେ ବିଜ୍ଞାନ ଭବନ ପରିସରରେ ନିତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇ ୮ ତାରିଖରେ ଫେରିବେ ବୋଲି ଜଣାପଡିଛି ।

Leave A Reply

Your email address will not be published.