ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କେଉଁଝର ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗତକାଲି କେଉଁଝର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ଏବଂ ଅଧିକାରୀମାନଙ୍କ ସହ ବିଭିନ୍ନ ପ୍ରକଳ୍ପର ସ୍ଥିତି ସମ୍ପର୍କରେ ଆଲୋଚନା କରିବା ସହ ୨୦୨୩ ମାର୍ଚ୍ଚ ସୁଦ୍ଧା ପ୍ରତି ଘରକୁ ପାଣି ସଂଯୋଗ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀ ମହାପାତ୍ର କେଉଁଝର ଡିଏନ୍ ସ୍କୁଲରେ ଆୟୋଜିତ ‘ମୋ ସ୍କୁଲ୍’ କାର୍ଯ୍ୟକ୍ରମରେ ଯୋଗଦେଇ ପୁରାତନ ତଥା ଏବେକାର ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ । ଗୁଣାତ୍ମକ ଶିକ୍ଷା ଏବଂ ଆଧୁନିକ ଭିତ୍ତିଭୂମି ବିକାଶ କରି ଏହାକୁ ଏକ ଉତ୍କର୍ଷ ଶିକ୍ଷାକେନ୍ଦ୍ରରେ ପରିଣତ କରିବା ପାଇଁ ଗୁରୁତ୍ୱାରୋପ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.