om academy

ଘନ କୁହୁଡି ପାଇଁ ଜନଜୀବନ ଅସ୍ତବ୍ୟସ୍ତ

jsm

ସୁନ୍ଦରଗଡ : ଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡି ପାଇଁ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହେଉଥିବା ଜଣା ପଡ଼ିଛି । ସୁନ୍ଦରଗଡ ଜିଲ୍ଲାରେ ଘନ କୁହୁଡି ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ରାସ୍ତା ଘାଟରେ ଗାଡି ଚଳାଚଳ ବାଧାପ୍ରାପ୍ତ ହେଉଥିବା ଦେଖାଯାଇଛି । ଦିନ ୧୦ଟା ପର୍ଯ୍ୟନ୍ତ ଘନ କୁହୁଡି ସାଙ୍ଗକୁ ହାଲୁକା ପବନ ସହିତ ଶୀତ ଅନୁଭୂତ ହେଉଥିବାରୁ ରାସ୍ତା ଘାଟ ଖାଁ ଖାଁ ହୋଇପଡ଼ିଛି । ପାଣିପାଗ ବିଭାଗ ପକ୍ଷରୁ ସୂଚନା ପାଞ୍ଚ ଦିନ ଯାଏ ଘନ କୁହୁଡ଼ି ଲାଗି ରହିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରହିବ କୁହୁଡିର ପ୍ରଭାବ । ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ଗାଡି ଚାଳକଙ୍କୁ ପରାମର୍ଶ ଦିଆଯାଇଛି । ଏହା ସହ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଓ ୬ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.