ଘର ହିଁ ବିଦ୍ୟାଳୟର ଶେଷ ପର୍ଯ୍ୟାୟ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁରର ଶିକ୍ଷା ବର୍ଷ ୨୦୨୨-୨୩ ପାଇଁ ଶିଶୁ ବାଟିକା ବିଭାଗର ଘର ହିଁ ବିଦ୍ୟାଳୟ ପକଳ୍ପର ଶେଷ ପର୍ୟ୍ୟାୟ ରବିବାର ଦିନ ଶିଶୁ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ସମାରୋହରେ ଲୋକନାଥ ମିଶ୍ର ଶିଶୁ ବାଟିକା ଶୈକ୍ଷିକ ସଂଯୋଜକ ମୁଖ୍ୟ ଅତିଥି ‌ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ଶିଶୁର ଔପଚାରିକ ଶିକ୍ଷା ଓ ଅନୌପଚାରିକ ଶିକ୍ଷା ବିଷୟରେ ବିଶଦ୍ ଭାବରେ ଆଲୋକପାତ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ସ୍ୱାଗତ ଭାଷଣ, ଅତିଥି ପରିଚୟ ତଥା ଉଦ୍ଦେଶ୍ୟ ଜ୍ଞାପନ ଓ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଶରତ ମେହେର ଗୁରୁଜୀ ସଂଯୋଜନା କରିଥିଲେ ।ଏହି କାର୍ଯ୍ୟକ୍ରମରେ ୯୫ ଜଣ ଅଭିଭାବକ, ଅଭିଭାବିକା ଯୋଗ ଦେଇଥିଲେ ସମସ୍ତ ଗୁରୁଜୀ, ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

Leave A Reply

Your email address will not be published.