jayashree

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

  • ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.