
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ ବାଟାଲିଅନ ଗଠନକୁ ମଞ୍ଜୁରୀ

- ୧୦୪୦ ନୂତନ ପଦବୀ ସୃଷ୍ଟି
ଭୁବନେଶ୍ୱର : ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଓ ଆଇ ଏସ୍ ଏଫ୍ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ । ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ । ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ହେବ । ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି । ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି ।