oom

ଭାରତୀୟ ଜନତା ପାର୍ଟି ପକ୍ଷରୁ ବଙ୍ଗୋମୁଣ୍ଡା ବ୍ଲକ ଘେରାଉ

jsmm

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ମଣ୍ଡଳ ବିଜେପି ପକ୍ଷରୁ ଆଜି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି । ପ୍ରଥମେ ବଙ୍ଗୋମୁଣ୍ଡା ସର୍ବସାଧାରଣ ଖେଳ ପଡିଆ ଠାରୁ ବିରାଟ ଶୋଭାଯାତ୍ରାରେ ବାହାରି ବସଷ୍ଟାଣ୍ଡ, ଆମ୍ବେଦକର ଛକ ଦେଇ ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ । ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ଲକ୍ଷ୍ମଣ ବାଗଙ୍କ ନେତୃତ୍ୱରେ ବ୍ଲକ ସମ୍ମୁଖରେ ଆସି ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ବଙ୍ଗୋମୁଣ୍ଡା ବିଡ଼ିଓ ରିପୁନାଥ ସୁନାଙ୍କ ଜରିଆରେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ବିଜେପି ଦଳ ପକ୍ଷରୁ ଅଭିଯୋଗ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀମାନଙ୍କୁ ଘର ମିଳି ନଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ । ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଅନିୟମିତତା ଓ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯାଉ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଦିଆଯାଉ ବୋଲି ସେମାନେ ଦାବୀ କରିଥିଲେ । ସବୁବେଳେ ରାଜ୍ୟ ସରକାର ଅଣଦେଖା କରୁଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି । ରାଜ୍ୟ ସରକାର ଗରିବ ଲୋକଙ୍କୁ ଘର ଦେଉଛୁ ବୋଲି ଡିଣ୍ଡିମ ପିଟୁଥିବା ବେଳେ ଏହି ବ୍ଲକର ଶହ ଶହ ଗରିବ ପରିବାରଙ୍କୁ ଏବେବି ଘରଟିଏ ମିଳି ନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ବଙ୍ଗୋମୁଣ୍ଡା ବ୍ଲକ ଘେରାଉ ସମୟରେ ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତି, ବଙ୍ଗୋମୁଣ୍ଡା ମଣ୍ଡଳ ସଭାପତି କ୍ଷୀର ବଚ୍ଛା, ସିନ୍ଧେକେଲା ମଣ୍ଡଳ ସଭାପତି ମୁନିରାମ ନାଗ, ସାଂସଦଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନୀଲ ନାଏକ, ସାଂସଦଙ୍କ ବିଏଲସି ପ୍ରତିନିଧି ଥବିର ଚନ୍ଦ୍ର ବାଗ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ନରସିଂହ ଥନାପତି, ଜିଲ୍ଲା ସମ୍ପାଦକ ଅଜୟ ଶର୍ମା, ମହିଳା ମୋର୍ଚ୍ଚା ସଭାନେତ୍ରୀ ଦେବକୀ ହଂସ ପ୍ରମୁଖଙ୍କ ସହ ଶତାଧିକ ମହିଳା ଓ ପୁରୁଷମାନେ ସାମିଲ ହୋଇଥିଲେ । ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ମୁତୟନ ହୋଇଥିବା ଦେଖିବାକୁ ମିଳିଛି । ଯଦି ସରକାର ଏ ଦିଗରେ ଆବଶ୍ୟକ ପଦକ୍ଷେପ ନ ନେଲେ ତେବେ ଆଗାମୀ ଦିନରେ ବିରାଟ ଜନ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ।

jittmm
Leave A Reply

Your email address will not be published.