oum

ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଆଇଟିଆଇ ଖୋଲାଯିବା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକ୍‌ର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ରହିଛି । ସେହିପରି ୫୮ଟି ସବ୍‌ଡିଭିଜନ ମଧ୍ୟରୁ ୪୮ଟିରେ ଆଇଟିଆଇ ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ଆଇଟିଆଇ ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡରେ ଉଭୟ ଆଇଟିଆଇରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ । ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ । ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗିରର ପାଟଣାଗଡଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଆଇଟିଆଇ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଦ୍ୱାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.