ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟରେ ଆଉ ୨୨ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା

  • ଭଞ୍ଜନଗର ଏନ୍‌ଏସି ମୁନିସିପାଲିଟିକୁ ଉନ୍ନୀତ ହେଲା

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନ୍‌ଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା, ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା । ୫-ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । ଗତ ମାସରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ ଏନ୍‌ଏସି ଓ ୫ଟି ନୂଆ ମୁନିସିପାଲିଟି ଗଠନ ବିଷୟରେ ଘୋଷଣା କରିଥିଲେ ।

Leave A Reply

Your email address will not be published.

19 − 15 =