ନୂଆଁଖାଇ ପାଇଁ ୨୯ ତାରିଖରେ ଛୁଟି ଘୋଷଣା

ଭୁବନେଶ୍ୱର : ଆଉ ଦିନକ ପରେ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ । ନୂଆଁଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ଏ ନେଇ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ନୂଆଁଖାଇ ପରଦିନ ମଧ୍ୟ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ଖୁବ ଗୁରୁତ୍ୱପୂର୍ଣ୍ଣ । ସେହି ଦିନ ଆତ୍ମୀୟସ୍ୱଜନ ମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଁଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି । ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ନୂଆଁଖାଇର ପରଦିନ ଅର୍ଥାତ ୨୯.୦୮.୨୦୨୫ (ଶୁକ୍ରବାର) ଦିନଟିକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ପାଇଁ ଛୁଟି ଘୋଷଣା କରିଛନ୍ତି । ଏହା ପରିବର୍ତ୍ତେ ସେପ୍ଟେମ୍ବର ୧୩ ତାରିଖ, ଦ୍ୱିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।

jittmm
Leave A Reply

Your email address will not be published.