- ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା
- ପେନସନ୍ଭୋଗୀଙ୍କ ଟି. ଆଇରେ ମଧ୍ୟ ବୃଦ୍ଧି
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।