mahavir

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁ ଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ପାଇଁ ନିର୍ଦ୍ଦେଶ ଜାରୀ ହୋଇଛି । ଏନେଇ ସୋମବାର ଜିଲ୍ଲାର ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ଭାବେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଏବଂ ବେସରକାରୀ ଓ ଘରୋଇ ସ୍କୁଲ ଗୁଡ଼ିକ ଆସନ୍ତା ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବନ୍ଦ ରହିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କ ପାଇଁ ଏହି ନିୟମ ଲାଗୁ ହେବ । ତେବେ, ପୂର୍ବରୁ ନିର୍ଦ୍ଧାରୀତ ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ସପ୍ଲିମେଣ୍ଟାରୀ ପରୀକ୍ଷା ନିୟମିତ ଭାବେ ଅନୁଷ୍ଠିତ ହେବ । ଏହି ସମୟରେ ବିଦ୍ୟାଳୟର ପ୍ରଶାସନିକ କାର୍ଯ୍ୟ ଏବଂ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ ଚାଲୁ ରହିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ରଙ୍କ ଠାରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.