
ଭୁବନେଶ୍ୱର : ଆଜି ଗଜପତି ଜିଲ୍ଲାର ଆର୍ ଉଦୟଗିରି ଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏଥି ସହିତ ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସେହିପରି ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।