୧୪ ତାରିଖରୁ ଘୂର୍ଣ୍ଣିବଳୟ : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୧୩ ତାରିଖରୁ ବର୍ଷା ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଲଘୁଚାପ ରୂପ ମଧ୍ୟ ନେଇପାରେ । ଏହାର ଗତି ଉତ୍ତର-ପଶ୍ଚିମ ଆଡ଼କୁ ରହିବା ନେଇ ଆକଳନ କରାଯାଉଛି। ସେହିପରି ୧୯ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି। ଏହା ମଧ୍ୟ ଉତ୍ତର-ପଶ୍ଚିମକୁ ମୁହାଁଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.