mahavir

ତିନୋଟି ପୁରୁଣା ଚୋରି କେଶରେ ଫେରାର ଥିବା ଆସାମୀ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ପୋଲିସ ଜଣେ ପୁରୁଣା ଚୋରି କେଶରେ ଅଭିଯୁକ୍ତକୁ ଗିରଫ କରି ଫୁଲବାଣୀ ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି । ଘଟଣାରୁ ପ୍ରକାଶ ଯେ, ଟିକାବାଲି ଥାନା ଶଙ୍କରାଖୋଲା ଗ୍ରାମର ଗୋକୁଳାନନ୍ଦ ପ୍ରଧାନଙ୍କ ପୁଅ ପ୍ରଭାକର ପ୍ରଧାନ (୪୩) ପୂର୍ବରୁ ତିନୋଟି ଚୋରି ମାମଲାରେ କେଶ ନଂ.୧୫୮/୧୮ ଜି. ଉଦୟଗିରି ଥାନା, ୪୯୬/୧୮ ବାଲିଗୁଡା ଥାନା, ୨୦୪/୨୦ ହିଞ୍ଜିଳିକାଟୁ ଥାନାରେ ଅଭିଯୁକ୍ତ ହୋଇ ପୋଲିସ ହାତରୁ ଖସି ଫେରାର ଥିଲେ । ଗୁରୁବାର ଟିକାବାଲି ପୋଲିସ ଥାନା ଅଧିକାରୀ ସମୀର କୁମାର ବେହେରାଙ୍କ ନେତୃତ୍ୱରେ ଏଏସ୍‌ଆଇ ଅବନୀ ପ୍ରଧାନ ଓ ପଞ୍ଚାନନ ମଲିକ ସହଯୋଗରେ ସଦଳବଳ ଅଭିଯୁକ୍ତ ପ୍ରଭାକର ପ୍ରଧାନଙ୍କୁ ଗିରଫ କରି ଫୁଲବାଣୀ ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି ।

Leave A Reply

Your email address will not be published.