
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପାର୍ବଣ ପୂର୍ବରୁ ବ୍ରହ୍ମପୁର ଉପକଣ୍ଠ ନିମଖଣ୍ଡି ଅଞ୍ଚଳରେ ଘଟିଛି, ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ଗତକାଲି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟୁନା ନାୟକ ନାମକ ଜଣେ ଦୁର୍ଦ୍ଧାନ୍ତ ଅପରାଧୀଙ୍କୁ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି । ଏହି ଘଟଣାକୁ ନେଇ ନିମଖଣ୍ଡି ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଟୁନା ନାୟକଙ୍କ ସହ କିଛି ବ୍ୟକ୍ତିଙ୍କର ପୂର୍ବରୁ ଶତ୍ରୁତା ରହିଥିଲା । ସେହି ପୁରୁଣା ବିବାଦକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।। ଟୁନାଙ୍କ ଗଳାରେ ଧାରୁଆ ଅସ୍ତ୍ରରେ ଆଘାତ କରାଯାଇଥିବା ବେଳେ ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ଖବର ପାଇ ନିମଖଣ୍ଡି ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ହତ୍ୟାକାଣ୍ଡ ସହ ସମ୍ପୃକ୍ତି ସନ୍ଦେହରେ ପୋଲିସ ବିଟୁ ସାହୁଙ୍କୁ ଗିରଫ କରିଥିବା ଜଣାପଡ଼ିଛି ।