pakka

ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗରେ ବିଭିନ୍ନ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ, କ୍ଲବ, ମହିଳା ସମିତି ଓ ସ୍ୱେଛାସେବୀ ଅନୁଷ୍ଠାନ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ ପାଳିତ ହୋଇଯାଇଛି । ଗଡମୋଟରୀ ପଞ୍ଚାୟତର ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠ ପରସରରେ ଡେଲାଙ୍ଗ ଶିଶୁ ସାହିତ୍ୟ ସଂସଦ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବରିଷ୍ଠ ଶିକ୍ଷକ ଚନ୍ଦ୍ର ଶେଖର ଧାଉଡିଆ, ପର୍ଶୁରାମ ଜେନା, ସରସ୍ୱତୀ ଜୟସିଂହ, ଶ୍ରଦ୍ଧାଜଂଳି ପାଲଟାସିଂହ ଓ ଡେଲାଙ୍ଗ ଶିଶୁ ସାହିତ୍ୟ ସଂସଦର ପ୍ରତିଷ୍ଠାତା ତଥା ଲକ୍ଷ୍ମୀପ୍ରିୟା ଦାଶ ପ୍ରମୁଖ ସାମିଲ ହୋଇ ଗୋପବନ୍ଧୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ସହ ଗୋପବନ୍ଧୁଙ୍କ ଜୀବନୀ, ଆଦର୍ଶ, ତ୍ୟାଗ, ସେବାମନୋବୃତି ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପ୍ରବନ୍ଧ ଓ କୁଇଜ୍‌ ପ୍ରତିଯୋଗିିତା ଅନୁଷ୍ଠିତ ହୋଇଥିଲା । କୋଭିଡ କଟକଣା ମାନି ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିଙ୍କ ଦ୍ୱାରା ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା । ଶେଷରେ ଅନୁଷ୍ଠାନର ସଂପାଦିକା ଶ୍ରୀମତୀ ଦାଶ ଧନ୍ୟବାଦ ଅର୍ପଣ କରଥିଲେ ।

Leave A Reply

Your email address will not be published.

8 + nineteen =