ଭିକେ ପାଣ୍ଡିଆନଙ୍କୁ ଗୋପାଳପୁର ଛକଠାରେ ଉଚ୍ଛ୍ୱସୀତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗସ୍ତ କରି ଆମ ଓଡ଼ିଶା ନବୀନ ଓଡିଶା ତଥା ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଗୋପାଳପୁର ନିକଟସ୍ଥ ବାବା ଧବଳେଶ୍ୱରଙ୍କର ଦର୍ଶନ କରି ବିଭୂକୃପା ଲାଭ କରିଛନ୍ତି । ପ୍ରଭୁ ଧବଳେଶ୍ୱରଙ୍କ ଉନ୍ନତିକରଣ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବା ପୂର୍ବକ ସୌନ୍ଦର୍ଯ୍ୟିକରଣ, ରୂପାନ୍ତରୀକରଣର ସମୀକ୍ଷା କରିଛନ୍ତି । ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ତାଙ୍କୁ ଉଚ୍ଛ୍ୱସୀତ ସମ୍ବର୍ଦ୍ଧନା ଦିଆଯାଇଛି । ଗୋପାଳପୁର ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ତରଫରୁ ମାନ୍ୟବର ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କୁ ଭବ୍ୟ-ସ୍ୱାଗତ ଜଣାଇ ଏକ ବିରାଟ ପୁଷ୍ପମାଳ ଦେଇ ସେଠାକାର ନେତ୍ତୃବର୍ଗ ସମ୍ବର୍ଦ୍ଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଆୟୋଜିତ ସଭାରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା ଏବଂ ଗୋପାଳପୁର ନିର୍ବାଚନ ମଣ୍ଡଳୀର ବିଜେଡ଼ି ପଦାଧିକାରୀ, ସମସ୍ତ ବର୍ଗୀୟ ନେତୃବୃନ୍ଦ, କର୍ମୀ ଓ ଜନତା ଉପସ୍ଥିତ ରହି ସଭା ସମାବେଶକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

Leave A Reply

Your email address will not be published.

error: Content is protected !!