ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

  • ପିଛିଲା ଭାବେ ୨୦୨୪ ଜାନୁଆରୀ ୧ରୁ ଲାଗୁ ହେବ

ଭୁବନେଶ୍ୱର : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (DCRG)କୁ ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ତା ୦୧.୦୧.୨୦୨୪ ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ । ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ୦୧.୦୧.୨୦୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍‌ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଛନ୍ତି ।

Leave A Reply

Your email address will not be published.