ଛତ୍ରପୁରରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅଭିବାଦନ ଗ୍ରହଣ କରିବେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦରମହକୁମା ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆଠାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ୭୪ତମ ଜନରାଜ୍ୟ ଦିବସ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ତଥା ପଶୁସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିବେ ଏବଂ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇ ସମ୍ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିବେ । ଏତଦବ୍ୟତିତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ନିକଟ ସ୍ଥାନରେ ନବନିର୍ମିତ ଛତ୍ରପୁର ପ୍ରେସ୍‌କ୍ଲବ କୋଠାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ମନ୍ତ୍ରୀଙ୍କ କରକମଳରେ ହେବାର କାର୍ଯ୍ୟକ୍ରମ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି ।

Leave A Reply

Your email address will not be published.