ନୂତନ ମୁଖ୍ୟ ଶାସନ ସଚିବଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର : ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ବୁଧବାର ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବ । ପରେ ଶ୍ରୀ ଜେନା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ଉନ୍ନୟନ କମିଶନର ଓ ସ୍ୱତନ୍ତ୍ର ରିଲିଫ କମିଶନର ଭାବେ କାର୍ଯ୍ୟ କରୁଥିଲେ । ତାଙ୍କ ସ୍ଥାନରେ ଜଳ ସମ୍ପଦ ବିଭାଗ ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ଗତକାଲି ନୂତନ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.

20 − 6 =

error: Content is protected !!