ଅଗ୍ନିଶମ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର : ଅଗ୍ନିଶମ ଡିଜି ବା ମହାନିର୍ଦ୍ଦେଶକ ଭାବେ ଗତକାଲି ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀ । କଟକ ଅଗ୍ନିଶମ ବିଭାଗର ମୁଖ୍ୟ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୪୫ତମ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡିଛି ।

ତେବେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଭାବେ ବଦଳି କରାଯାଇଛି । ପୂର୍ବରୁ ସ୍ପେଶାଲ ଡିଜି ପୋଲିସ ରେଲୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରୀଟି ଭାବରେ କାର୍ଯ୍ୟରତ ଥିଲେ ।

Leave A Reply

Your email address will not be published.