jayashree

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି : ୬୨ ଗୋଟି ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଦେବାଶିଷ ସିଂହ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ. କେ ହରିପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୬୨ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା ବେଳେ ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୂହିକ ଦରଖାସ୍ତ ଥିଲା । ଏଥିମଧ୍ୟରୁ ୬ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ଏବଂ ଗୋଟିଏ ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ସିଏମଆରଏଫ) ସମ୍ବନ୍ଧୀୟ ଥିଲା । ଅବଶିଷ୍ଟ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି । ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.