oom

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳନ ଉପଲକ୍ଷେ ଗ୍ରାମ ସଭା ଅନୁଷ୍ଠିତ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ଅକ୍ଟୋବର ୩୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିର ଶାଖା ପକ୍ଷରୁ ଜନସାଧାରଣଙ୍କୁ ଦୁର୍ନୀତି ନିବାରଣ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି । ଆଜି ଟିଟିଲାଗଡ ବ୍ଲକ ଅନ୍ତର୍ଗତ ସିହିନୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଉକ୍ତ ସଭା ଅନୁଷ୍ଠିତ ହୋଇଯାିଛି । ଏହି ଗ୍ରାମ ସଭାରେ ଡ଼ିଏସ୍‌ପି ଭିଜିଲାନ୍ସ, ବଲାଙ୍ଗିର ପୁଲସ୍ତି ଛତ୍ରିଆ, ସରପଞ୍ଚ ବୀରବର ସାହୁ, ଟିଟିଲାଗଡ ବ୍ଲକ ଜିପିଇଓ ସୁଶୀଲ ମିଶ୍ର, ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିରର କର୍ମଚାରୀଙ୍କ ସମେତ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ । ସେହିପରି ଆଜି ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଖୋଲାନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ମଧ୍ୟ ଗ୍ରାମ ସଭା ଅନୁଷ୍ଠିତ ହୋଇଥିଲା ଏହି ଗ୍ରାମ ସଭାରେ ଡ଼ିଏସ୍‌ପି ଭିଜିଲାନ୍ସ, ବଲାଙ୍ଗିର ପୁଲସ୍ତି ଛତ୍ରିଆ, ସରପଞ୍ଚ ନରେଶ କୁମାର ଅଗ୍ରୱାଲ, ଟିଟିଲାଗଡ ବ୍ଲକ ଜିପିଇଓ ସୁଶୀଲ ମିଶ୍ର, ପିଇଓ ସୁରେନ୍ଦ୍ର କୁମାର ମିଶ୍ର, ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିରର କର୍ମଚାରୀଙ୍କ ସମେତ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.