ବଲାଙ୍ଗିର, (କେପିଏନ୍ଏସ୍) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ମୁଖ୍ୟାଳୟରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବଲାଙ୍ଗିର ଗୁଡଭେଲା ବିଡିଓ, ତହସିଲଦାର ଉପସ୍ଥିତ ଥିଲେ ।
ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ଅଭିଯୋଗ ସମୁଦାୟ ୨୮ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିବା ବେଳେ ୨୧ ଟି ବ୍ୟକ୍ତିଗତ ଅଭିଯୋଗ ଦାଖଲ ହୋଇଥିଲା ଏବଂ ଅବଶିଷ୍ଟ ୭ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୫ଟି ଅଭିଯୋଗର ତୁରନ୍ତ ସମାଧାନ ହେଇଥିଲା । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିିଁ । ଏହି ଗସ୍ତ ବେଳେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ତୁଷୁରା ଉଚ୍ଚ ବିଦ୍ୟାଳୟ ଏବଂ କଲେଜ ୫ଟି କାମ ଅନୁଧ୍ୟାନ କରିବାସହ ଶୀଘ୍ର ଏବଂ ସଠିକ ପ୍ରକାରେ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଆଦେଶ ଦେଇଥିଲେ ।