ଆଜି ପୁଣି ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର : ଆଜି ପୁଣି ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର । ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ । ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ । ସମ୍ବଲପୁର ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ ଓ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟନାରାୟଣ ମିଶ୍ର ଉପସ୍ଥିତ ରହିବେ । ସମ୍ବଲପୁର ସଭା ପରେ ଅମିତ ଶାହା କେନ୍ଦୁଝର, ଢେଙ୍କାନାଳର ପରଜଙ୍ଗ, ନୟାଗଡ଼ ଯିବେ । ସେଠାରେ ଲୋକଙ୍କୁ ସମ୍ବୋଧନ କରିବା ସହ ନିଜ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ।

Leave A Reply

Your email address will not be published.