ମ.ରାମପୁର ଟାପରାଙ୍ଗ ଜଙ୍ଗଲରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ ଟାପରାଙ୍ଗ ଜଙ୍ଗଲରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଖବର ମିଳିଛି । ଯବାନଙ୍କ ଗୁଳିରେ ୩ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଥିବା ଜଣାପଡିଛି । ପୋଲିସ ଡିଏସ୍‌ପି ଏ. ଦାଶ ଆହାତ ଥିବା ସୂଚନା ମିଳିଛି । ତାଙ୍କୁ ମ.ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଆହତ ମାଓବାଦୀଙ୍କୁ ମ.ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ କଳାହାଣ୍ଡି ଏସ୍‌ପି ଅଭିଳାଷ ଜି ମ.ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ସମ୍ପୂର୍ଣ୍ଣ ଘଟଣାର ତନାଘନା ଆରମ୍ଭ କରିଛନ୍ତି ।

Leave A Reply

Your email address will not be published.