ବାଲିଗୁଡାରେ ଗୁରୁ ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପ୍ରଖ୍ୟାତ ଦାର୍ଶନିକ, ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣରନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବାଲିଗୁଡା ବ୍ଲକର ମିଡ଼ିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା, ସହକାରୀ ଶିକ୍ଷୟିତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ଏବଂ ସେହିପରି ନାଡ଼ାପାଟାଙ୍ଗା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଜନୀ କାନ୍ତ ଦାସ, ମମତା ଦଳବେହେରା, ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଓ ବଦନା ମଲ୍ଲିକଙ୍କ ସମେତ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ସର୍ବପଲ୍ଲୀ ରାଧାକୃଷ୍ଣାନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ୱଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ । ପ୍ରଥମେ ଛାତ୍ରଛାତ୍ରୀମାନେ ପ୍ରାରମ୍ଭିକ ସ୍ୱାଗତ ସଂଗୀତ ଗାନ କରିଥିଲେ । ଛାତ୍ରଛାତ୍ରୀମାନେ ପୌରାଣିକ ଯୁଗଠାରୁ ଆରମ୍ଭ କରି ବର୍ତ୍ତମାନ ଯୁଗର ଗୁରୁ ଏବଂ ମହାନ ଗୁରୁଙ୍କ ଉପରେ ବହୁତ କିଛି ହୃଦୟ ସ୍ପର୍ଶୀ ଭାଷଣ ପ୍ରଦାନ କରିଥିଲେ । ପରେ ପରେ ଶିକ୍ଷକ ଶିକ୍ଷୟତ୍ରୀମାନେ ମଧ୍ୟ ଛାତ୍ରଛାତ୍ରୀଙ୍କ ଉଦେଶ୍ୟରେ ବହୁ ଉପଦେଶାତ୍ମକ ଭାଷଣ ପ୍ରଦାନ କରି ଭବିଷ୍ୟତ ଓ ଉତ୍ତୋରତ୍ତର କାମନା କରିଥିଲେ । ଶେଷରେ ପିଲାମାନଙ୍କ ଦ୍ୱାରା ଗୁରୂ ଉପଦେଶାତ୍ମକ ନୃତ୍ୟ, ସଙ୍ଗୀତ ମଧ୍ୟ ପରିବେଷିତ ହୋଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.