csstore

ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ଗୁରୁଦିବସ ମହାସମାରୋହରେ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପରିଚାଳନା କମିଟିର ସଭାପତି ବୀରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ତଥା ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ । ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକୃଷ୍ଣନ୍‌ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣପୂର୍ବକ ଶିକ୍ଷକମାନେ କିପରି ସମାଜର ଦିଗ୍‌ଦର୍ଶକ ହୋଇପାରିବେ ସେ ବିଷୟରେ ବକ୍ତାମାନେ ନିଜ ନିଜ ବକ୍ତବ୍ୟ ରଖିଥିଲେ । ଉଦ୍‌ଘାଟନୀ ଉତ୍ସବ ପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନୃତ୍ୟ ଓ ସଂଗୀତ ମାଧ୍ୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମ ପରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ସଭାପତିଙ୍କ ବ୍ୟତୀତ ପରିଚାଳନା କମିଟିର ସମ୍ପାଦକ ଗୋପାଳ କୃଷ୍ଣ ସିଂହଦେଓ, କୋଷାଧ୍ୟକ୍ଷ ଆଲୋକ ରଞ୍ଜନ ବେଦବାକ, ସଭ୍ୟ ବାଦଲ ମହାକୁର, ସଭ୍ୟ ଶିରୀଶ ଚନ୍ଦ୍ର ହୋତା, ସଭ୍ୟ ସଂଜୀବ ସାହୁ, ଅଧ୍ୟକ୍ଷା ସୁଶ୍ରୀ ସରିତା ପଟ୍ଟନାୟକ, ଉପାଧ୍ୟାକ୍ଷ ସତୀଶ ପ୍ରଧାନ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ତଥା ସମସ୍ତ କର୍ମଚାରୀ ଯୋଗଦେଇ ଦିବସକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

jayashree
Leave A Reply

Your email address will not be published.