pakka

ପିକଅପ୍ ଭ୍ୟାନ ଓଲଟି ୨ ମୃତ, ୧୫ ଜଣ ଗୁରୁତର

bbehera

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ସୋମପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦଣ୍ଡୁଆଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନଟି ଓଲଟି ପଡିବାରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୧୫ ଜଣ ଗୁରୁତର ହୋଇଛନ୍ତି । ତେବେ ସେମାନଙ୍କ ଭିତରୁ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାବେଳେ, ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଆଜି ଭୋରୁ ଦୁଇଟି ପିକଅପ୍ ଭ୍ୟାନରେ ଦଣ୍ଡୁଆମାନେ ବ୍ରହ୍ମପୁରରୁ କ୍ଷେତ୍ରି ବ୍ରହ୍ମପୁର ଯାଉଥିଲେ । ଏହି ସମୟରେ ହିଞ୍ଜିଳିକାଟୁ ସୋମପୁର ନିକଟରେ ପିକ୍ଅପ୍ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ । ଗୁରୁତର ହୋଇଥିବା ସମସ୍ତ ୧୫ ଜଣଙ୍କୁ ନିକଟସ୍ଥ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବ୍ରହ୍ମପୁର ଏମ୍‌କେସିଜିକୁ ସ୍ଥାନନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି କରିଛି ।

Leave A Reply

Your email address will not be published.

four × four =