ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ମୃତ, ୨ ଗୁରୁତର

କଳାହାଣ୍ଡି, (ପି.କେ.ସାହୁ) : ଆଜି ସକାଳେ କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ, କେସିଙ୍ଗାରେ ଏକ ଟ୍ରେଲର ଏବଂ ଏକ ବାଇକ୍ ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଥିଲେ । ଫଳରେ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । କେସିଙ୍ଗା ଆଇଆଇସି ଘଟଣାସ୍ଥଳକୁ ଯାଇ ଘଟଣାର ତଦନ୍ତ କରୁଥିବା ବେଳେ ଏପର୍ୟ୍ୟନ୍ତ ମଧ୍ୟ ମୃତ ତଥା ଗୁରୁତର ଥିବା ବ୍ୟକ୍ତିମାନଙ୍କ ପରିଚୟ ମିଳିପାରି ନାହିଁ ।

Leave A Reply

Your email address will not be published.