ଭାରସାମ୍ୟ ହରାଇ ତେଲ ଟ୍ୟାଙ୍କର୍‌କୁ ଧକ୍କା ଦେଲା ବସ୍ : ୧୦ ଆହତ, ୨ ଗୁରୁତର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ହଜାରୀ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ତେଲ ଟ୍ୟାଙ୍କର୍‌କୁ ଧକ୍କା ଦେଇଛି । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ଲାଗି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସୂଚନା ଅନୁସାରେ, ଗୁରୁବାର ସକାଳେ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ପାରାଦୀପରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିଲା । ହଜାରୀ ଛକ ନିକଟରେ ତେଲ ଟ୍ୟାଙ୍କରକୁ ବସ୍‌ଟି ଧକ୍କା ଦେଇଥିଲା । ପୁଲିସ୍ ବସ୍ ଓ ତେଲ ଟ୍ୟାଙ୍କରକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.