ଟ୍ରକ୍‌ ଓ ବୋଲେରୋ ମୁହାଁମୁହିଁ ଧକ୍କା : ୭ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଶୁକ୍ରବାର ପାହାନ୍ତିଆରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଭୋର୍‌ ୩ଟା ସମୟରେ ଜାତୀୟ ରାଜପଥ ୨୬ କେସିଙ୍ଗା ରିଲାଏନ୍ସ ଟ୍ରେଣ୍ଡସ ଦୋକାନ ସାମ୍ନାରେ ଏକ ବୋଲେରୋ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୭ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ଜଣକ ଅବସ୍ଥା ଶଙ୍କଟାପନ୍ନ ଥିବାବେଳେ ଅନ୍ୟ ୬ ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତଙ୍କୁ ଉଦ୍ଧାର କରାଯାଇ କେସିଙ୍ଗା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଛତିଶଗଡ଼ ବସ୍ତରରୁ କିଛି ଲୋକ ଏକ ବୋଲେରୋରେ ହୀରାକୁଦ ବୁଲିବାକୁ ଯିବା ସମୟରେ ଏହି ଦୁର୍ଘଟଣାର ଶିକାର ହୋଇଥିବା ସୂଚନା ମିଳିଛି । କେସିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.