ବିନିକାରେ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ, ଦୁଇ ଗୁରୁତର

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଗୋଷ୍ଠୀ ସଂଘର୍ଷ । ଗତକାଲି ବିଳମ୍ବିତ ରାତିରେ ବିନିକାର ନୂଆପଡ଼ା ଓ ହରିଜନ ପଡ଼ା
ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା ଓ ପରେ ଗୋଷ୍ଠୀ ସଂଘର୍ଷରେ ପରିଣତ ହୋଇଥିଲା । ଫଳରେ ବିନିକା ନୂଆପଡ଼ାର ଶମ୍ଭୁ ମେହେର ନାମକ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଅନ୍ୟପକ୍ଷରେ ପୋଲିସ ଜଣକୁ ଅଟକ ରଖି ପଚରାଉଚରା କରୁଛି । ପୋଲିସ ପକ୍ଷରୁ କୌଣସି ସୂଚନା ଦିଆଯାଇନଥିବା ବେଳେ ଶବ ବ୍ୟବଚ୍ଛେଦ ପରେ ଘଟଣାର ପ୍ରକୃତ ସତ୍ୟାସତ୍ୟ ଜଣାପଡ଼ିବ ବୋଲି କୁହାଯାଇଛି ।

Leave A Reply

Your email address will not be published.