ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ୫ ଯାତ୍ରୀ ଗୁରୁତର

ସୋର : ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଛପୋଲିଆ ନିକଟରେ ରାସ୍ତା ଉପରେ ଠିଆ ହୋଇଥିବା ଟ୍ରକ୍‌ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣା ଫଳରେ ବସ୍‌ରେ ଥିବା ୫ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଫଳରେ ବସ୍‌ରେ ଥିବା ୫ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ବାଲେଶ୍ୱରରୁ ଭୁବନେଶ୍ୱରକୁ ଯାଉଥିବା ‘ସୁଭଦ୍ରା’ ନାମକ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଗୁରୁତର ଯାତ୍ରୀଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଛି । ଦୁର୍ଘଟଣା ପରେ କିଛି ସମୟ ପାଇଁ ସେହି ରାସ୍ତା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ପୋଲିସ ରାସ୍ତା ଉପରୁ ହଟାଇବା ପରେ ଗାଡି ଚଳାଚଳ ସ୍ୱାଭାବିକ ହୋଇଛି ।

Leave A Reply

Your email address will not be published.

error: Content is protected !!