ବାଇକ୍‌ ଧକ୍କାରେ ଯୁବକ ଗୁରୁତର

ଦିଗପହଣ୍ଡି : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ରାଜପୁର ଗ୍ରାମ ଛକ ନିକଟରେ ଅଜଣା ବାଇକ୍‌ ଧକ୍କାରେ ଗୁରୁବାର ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ଚୁଡୁଙ୍ଗପୁର ଗ୍ରାମର ଆର୍‌.ଶିବ ପାତ୍ର (୪୦)। ଖବରପାଇ ଦିଗପହଣ୍ଡି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରକୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.