pakka

ଆମ ହସ୍ପିଟାଲ ଯୋଜନାର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱ

bbehera
  • ପ୍ରକଳ୍ପର ପ୍ରଶାସନିକ ଅନୁମୋଦନ କ୍ଷମତା ଜିଲ୍ଲାପାଳଙ୍କୁ ପ୍ରଦାନ
  • କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ୱୟନ ଓ ତଦାରଖ ପାଇଁ ଜିଲ୍ଲା କମିଟି ଗଠନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ୫-ଟି ନୀତି ଅନୁସାରେ ପ୍ରଣିତ ଆମ ହସ୍ପିଟାଲ ଯୋଜନା ଅନ୍ତର୍ଭୁକ୍ତ ହସ୍ପିଟାଲ ଗୁଡିକର ରୂପାନ୍ତରଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଆରୋପ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ପ୍ରକଳ୍ପର ପ୍ରଶାସନିକ ଅନୁମୋଦନ କ୍ଷମତା ସଂପୃକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି । ଫଳରେ ଏଥିପାଇଁ ହେଉଥିବା ବିଳମ୍ବ ଏଡାଯାଇ ପାରିବ ଏବଂ କ୍ଷେତ୍ରସ୍ତରୀୟ ଆବଶ୍ୟକତା ଅନୁସାରେ ପ୍ରକଳ୍ପରେ ଛୋଟ ମୋଟ ପରିବର୍ତ୍ତନ କରାଯାଇ ପାରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ।

ପ୍ରକଳ୍ପର ପ୍ରସ୍ତୁତି, ଏହାର ଅନୁମୋଦନ, କାର୍ଯ୍ୟାୟନ ସଂସ୍ଥା ଚୟନ, କ୍ଷେତ୍ରସ୍ତରୀୟ ଅନୁଧ୍ୟାନ, ଅଗ୍ରଗତି ସମୀକ୍ଷା ଏବଂ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଆଦି କ୍ଷମତା ଜିଲ୍ଲାସ୍ତରୀୟ କମିଟିକୁ ପ୍ରଦାନ କରାଯାଇଛି ବୋଲି ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ କହିଛନ୍ତି । ଏ ବିଷୟରେ ଗତକାଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ କାର୍ଯ୍ୟାଳୟ ବିଜ୍ଞାପନ ସଂଖ୍ୟା- ୬୩୪୦ରେ ସବିଶେଷ ଆଦେଶନାମା ଓଡ଼ିଶା ଗ୍ୟାଜେଟରେ ପ୍ରକାଶ ହେବାସହ ଜିଲ୍ଲାପାଳମାନଙ୍କୁ ଜଣାଇ ଦିଆଯାଇଛି ।

Leave A Reply

Your email address will not be published.

six + eighteen =