oum

ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

jsm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପର ଉପଖଣ୍ଡ ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ପରିଚାଳନା ସମିତିର ସମ୍ପାଦକ ପ୍ରହଲ୍ଲାଦ ସାହୁ, ଉପ ସଭାପତି ମୂରଲୀଧର ସାହୁ ଉପସ୍ଥିତ ଥିଲେ । ବିଦ୍ୟାଳୟର ଶିଶୁମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାର ମୋଟ ୧୨୪ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଅଞ୍ଚଳ ମହାବିଦ୍ୟାଳୟର ଅବସରପ୍ରାପ୍ତ ଗଣିତ ଅଧ୍ୟାପକ ଚଉବନ ସ୍ୱାଇଁ ଏବଂ ଇଚ୍ଛାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲାବଣ୍ୟ କୁମାର ପଧାନ ବିଚାରକ ଭାବେ ଯୋଗ ଦେଇଥିଲେ । ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

Leave A Reply

Your email address will not be published.