ହଳଦୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ୧୮ତମ ପ୍ରବାସୀ ଭାରତୀୟ ଦିବସ ପାଳନ ଓ ପ୍ରତିଯୋଗୀତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ୧୮ତମ ପ୍ରବାସୀ ଭାରତୀୟ ଦିବସ ପାଳନ ଓ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବ୍ଲକ ଅନ୍ତର୍ଗତ ସମସ୍ତ ୧୨ଟି କ୍ଲଷ୍ଟରର ପ୍ରତିଯୋଗୀ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢ଼ିହାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ହଳଦୀ ବୀର ସୁରେନ୍ଦ୍ର ସାଏ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଅନିଲ କୁମାର ପାଣ୍ଡେ, ସମ୍ମାନୀୟ ଅତିଥି ଭାବେ ହଳଦୀ ସରକାରୀ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ବିଶ୍ୱାଳ, ହଳଦୀ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରିୟଦର୍ଶନ ମୁଗ୍ରୀ, ଜାମୁଟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କମ୍ବୋଧର ଛୁରା, ୧୨ଟି କ୍ଲଷ୍ଟରର ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ହଳଦୀ ସରକାରୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଷ୍ଟାଫ୍ ଓ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଗାଇଡ଼୍ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅଭିଭାବକମାନେ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଏଥିରେ କୃତୀ ତଥା ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଳଙ୍କୃତ କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ସହିତ ଟ୍ରଫି ପ୍ରଦାନ କରାଯାଇଥିଲା । ବାସ୍ତବିକ୍ ଆଜିକାର ଏହି କାର୍ଯ୍ୟକ୍ରମ ବହୁ ଉଚ୍ଚକୋଟିର ଏବଂ ପ୍ରେରଣା ଦାୟୀ ହୋଇଥିଲା ।

Leave A Reply

Your email address will not be published.